ପୋଲିସ ଏନ୍‌କାଣ୍ଟରରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ଅପରାଧୀ ରଘୁନାଥ ଦାସ-କଟକ

କଟକ: ପୋଲିସ ଏନ୍‌କାଣ୍ଟରରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ଅପରାଧୀ ରଘୁନାଥ ଦାସ। ତା’ ଜଙ୍ଘରେ ଗୁଳି ବାଜିଛି। ଚିକିତ୍ସା ପାଇଁ ତାକୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ତା’ଠାରୁ ଗୋଟିଏ ବନ୍ଧୁକ, ଗୋଟିଏ ଗୁଳି ଓ ଗୋଟିଏ ଅଫୁଟା ବୋମା ଜବତ କରିଛି। ରଘୁନାଥ ନାଁରେ କଟକର ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ପୋଲିସ କହିଛି।