ଫେସବୁକ ପୋଷ୍ଟିଂ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କ୍ରାଇମ ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର : ରମାଦେବୀ ଛାତ୍ରୀମାନଙ୍କ ସଂପର୍କିତ ଅସୌଜନ୍ୟ ଫେସବୁକ ପୋଷ୍ଟିଂ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କ୍ରାଇମ ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ କ୍ରାଇମ ବ୍ରାଞ୍ଚ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଶୈଳବାଳା ମହିଳା କଲେଜ ଓ କମଳା ନେହେରୁ ମହିଳା କଲେଜର ୪୦ ଜଣ ଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବିଧାନସଭା ପ୍ରକୋଷ୍ଠରେ ଭେଟି ଘଟଣା ସଂପର୍କରେ ଅବଗତ କରିଥିଲେ।

Leave a Reply