ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ଘର ଆଗରେ ବୋମାମାଡ଼

ବ୍ରହ୍ମପୁର: ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ଘର ଆଗରେ ବୋମାମାଡ଼ ହୋଇଛି। ଆଜି ଭୋରରେ ୫ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ୨ଟି ବୋମାମାଡ଼ କରି ଫେରାର ହୋଇଯାଇଛନ୍ତି।ବୋମାମାଡ଼ରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣା ପଡ଼ିଛି। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଛି।