ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ରାମନାଥ କୋବିନ୍ଦ

ନୂଆଦିଲ୍ଲୀ: ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ରାମନାଥ କୋବିନ୍ଦ । ବିହାର ରାଜ୍ୟପାଳ ପଦରୁ ସେ ଆଜି ତାଙ୍କ ଇସ୍ତଫାପତ୍ରକୁ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ନିକଟକୁ ପଠାଇ ଦେଇଛନ୍ତି ।  ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିଛି ଏନ୍‌ଡିଏ। ସେପଟେ ବିହାର ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ପଶ୍ଚିମବଙ୍ଗ ରାଜ୍ୟପାଳ କେଶରୀନାଥ ତ୍ରିପାଠୀଙ୍କୁ ବିହାରର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।