୬୯ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ ..

ଆଜି ରାଜଧାନୀ ଭୁବନେଶ୍ୱରର ୬୯ତମ ପ୍ରତିଷ୍ଠା ଉତ୍ସବ। ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ଓଡ଼ିଶା ବିଧାନସଭାର ବାଚସ୍ପତି ନିରଞ୍ଜନ ପୂଜାରୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡ୍‌ର ଅଭିବାଦନ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପ୍ରସ୍ତୁତି କମିଟି ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଉତ୍ସବରେ ଉଦ୍‌ଘାଟକ ଭାବେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଦେବୀ ମିଶ୍ର, ଅଶୋକ ପଣ୍ଡା, ବିକ୍ରମ କେଶରୀ ଆରୁଖ, ରମେଶ ଚନ୍ଦ୍ର ମାଝି, ସାଂସଦ ପ୍ରସନ୍ନ କୁମାର ପାଟଶାଣୀ, ପୂର୍ବତନ ମନ୍ତ୍ରୀ ସୁରେଶ ଚନ୍ଦ୍ର ରାଉତରାୟ, ବିଧାୟକ ପ୍ରୀୟଦର୍ଶୀ ମିଶ୍ର ଓ ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଛନ୍ତି। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୧୩ ଜଣଙ୍କୁ ରାଜଧାନୀ ଗୌରବ ୨୦୧୭ ସମ୍ମାନରେ ସମ୍ମାନିତ କରାଯାଇଛି।

Leave a Reply